Masthead

୨୭ରେ ଭଦ୍ରକ ଆସୁଛନ୍ତି ମହାମହିମ

ଭଦ୍ରକ (ବଡ଼ ଖବର ବ୍ୟୁରୋ):   ଆସନ୍ତା ୨୬ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ୨୭ରେ ଭଦ୍ରକ ଗସ୍ତର କାର୍ଯ୍ୟକ୍ରମ ରହିଛି । ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଚଳଚଞ୍ଚଳ ହୋଇପଡ଼ିଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ସୁବୋଧ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ।

ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଶୃଙ୍ଖଳା ରକ୍ଷା, ଟ୍ରାଫିକ, ଆଲୋକ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଉଦଘାଟନୀ ମଞ୍ଚରେ ଅନୁଷ୍ଠିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଜିଲ୍ଲପାଳ ଓ ମହାବିଦ୍ୟାଳୟ ପ୍ରତିନିଧି ଦଳ ଗୁରୁତ୍ୱ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ