Masthead

୨୭ରେ ଭଦ୍ରକ ଆସୁଛନ୍ତି ମହାମହିମ

ଭଦ୍ରକ (ବଡ଼ ଖବର ବ୍ୟୁରୋ):   ଆସନ୍ତା ୨୬ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ୨୭ରେ ଭଦ୍ରକ ଗସ୍ତର କାର୍ଯ୍ୟକ୍ରମ ରହିଛି । ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଚଳଚଞ୍ଚଳ ହୋଇପଡ଼ିଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ସୁବୋଧ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ।

ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଶୃଙ୍ଖଳା ରକ୍ଷା, ଟ୍ରାଫିକ, ଆଲୋକ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଉଦଘାଟନୀ ମଞ୍ଚରେ ଅନୁଷ୍ଠିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଜିଲ୍ଲପାଳ ଓ ମହାବିଦ୍ୟାଳୟ ପ୍ରତିନିଧି ଦଳ ଗୁରୁତ୍ୱ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା