Masthead

ମରୁଡ଼ି ସ୍ଥିତି, ଚିନ୍ତାରେ ଚାଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ମୌସୁମୀ ପ୍ରଭାବରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲେ। କିନ୍ତୁ ମୌସୁମୀ ଦେଲା ଧୋକା । ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା । ଏନେଇ ଚିନ୍ତାରେ ଚାଷୀ । ନିଅଣ୍ଟିଆ ବର୍ଷା ଯୋଗୁ ପ୍ରଭାବିତ ହୋଇଛି ଚାଷ କାର୍ଯ୍ୟ । ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମସ୍ତ ବିଭାଗ ଓ ଜିଲ୍ଲାପାଳମାନଙ୍କ ବୈଠକ ଡକାଇଛନ୍ତି। ବୈଠକରେ ଏସଆରସିବି ଯୋଗ ଦେବେ।

ସ୍ୱଳ୍ପ ବର୍ଷା ଯୋଗୁଁ ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବଲାଙ୍ଗୀର ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ଆହୁରି ୨୦ ଜିଲ୍ଲାରେ ମଧ୍ୟ ଉତ୍କଟ ମରୁଡ଼ି ପରିସ୍ଥିତି ଦେଖାଦେଲାଣି। ଅଗଷ୍ଟ ୩୧ ସୁଦ୍ଧା ପ୍ରତି ବ୍ଲକ ପାଇଁ ସ୍ୱତନ୍ତ୍ର କଣ୍ଟିଜେନ୍ସି ପ୍ଲାନ କରିବାକୁ କୁ କୃଷି ବିଭାଗ ନିର୍ଦ୍ଦେଶ ଦେଇଛି। ପାଣି ଅଭାବ ଯୋଗୁ ବିଲକୁ କିପରି ବିକଳ୍ପ ଉପାୟରେ ପାଣି ମିଳି ପାରିବ, ସେ ଦିଗରେ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା