ପୋଖରୀରେ ବୁଡ଼ିଗଲେ ଯୁବକ

ବାସୁଦେବପୁର, (ବଡ଼ ଖବର ବ୍ୟୁରୋ): ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ। ଏଭଳି ଘଟଣା ଘଟିଛି, ଭଦ୍ରକ ଜିଲ୍ଲା ବାସୁଦେବପୁର ୧୯ନଂ ୱାର୍ଡ ବାଷଠି ଗ୍ରାମରେ। ଗ୍ରାମର ଗୋବିନ୍ଦ ଷେଣ୍ଢଙ୍କ ୧୮ ବର୍ଷର ପୁଅ ସୁମନ ଗୌରବ ଷେଣ୍ଢଙ୍କର ଆଜି ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି। ଆଜି ତାଙ୍କ ସମ୍ପର୍କୀୟ ଜେଜେ ମା’ଙ୍କ ଶୁଦ୍ଧିକ୍ରିୟା ହେଉଥିଲା । ସୁମନ ଲଣ୍ଡା ହୋଇ ନିକଟସ୍ଥ ହୁର୍ଷା ପୋଖରୀକୁ ଗାଧୋଇବାକୁ ଯାଇଥିବା ସମୟରେ ଅସାବଧାନତା ଯୋଗୁ ପୋଖରୀ ଭିତରକୁ ପଳାଇ ଯାଇଥିଲେ। ପହଁରା ଜାଣି ନ ଥିବାରୁ ପାଣିରେ ବୁଡ଼ିଯାଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲ ଆଣିଥିଲେ। କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’