Masthead

ପୋଖରୀରେ ବୁଡ଼ିଗଲେ ଯୁବକ

ବାସୁଦେବପୁର, (ବଡ଼ ଖବର ବ୍ୟୁରୋ): ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ। ଏଭଳି ଘଟଣା ଘଟିଛି, ଭଦ୍ରକ ଜିଲ୍ଲା ବାସୁଦେବପୁର ୧୯ନଂ ୱାର୍ଡ ବାଷଠି ଗ୍ରାମରେ। ଗ୍ରାମର ଗୋବିନ୍ଦ ଷେଣ୍ଢଙ୍କ ୧୮ ବର୍ଷର ପୁଅ ସୁମନ ଗୌରବ ଷେଣ୍ଢଙ୍କର ଆଜି ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି। ଆଜି ତାଙ୍କ ସମ୍ପର୍କୀୟ ଜେଜେ ମା’ଙ୍କ ଶୁଦ୍ଧିକ୍ରିୟା ହେଉଥିଲା । ସୁମନ ଲଣ୍ଡା ହୋଇ ନିକଟସ୍ଥ ହୁର୍ଷା ପୋଖରୀକୁ ଗାଧୋଇବାକୁ ଯାଇଥିବା ସମୟରେ ଅସାବଧାନତା ଯୋଗୁ ପୋଖରୀ ଭିତରକୁ ପଳାଇ ଯାଇଥିଲେ। ପହଁରା ଜାଣି ନ ଥିବାରୁ ପାଣିରେ ବୁଡ଼ିଯାଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲ ଆଣିଥିଲେ। କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ