Masthead

ନକଲି ଅବଢା ବିକ୍ରି

ବିଶ୍ୱାସ ସହିତ ଖେଳ

ପୁରୀ(ବଡ଼ ଖବର ବ୍ୟୁରୋ): ଭକ୍ତ ଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁ ଙ୍କ ଅବଢ଼ା  ନା ରେ ନକଲି ଅବଢ଼ା ବିକ୍ରି ହେଉଥିବା ଅଭିଯୋଗ ହୋଇଛି । ପୁରୀ ପାଇକ ସାହି ରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଅସ୍ଥାୟୀ ଟେଣ୍ଟ ରେ ଅନ୍ନ, ଡ଼ାଲି, ବେସର, ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତି କରାଯାଉଅଛି। ଏହାକୁ ଭକ୍ତଙ୍କ ବିକ୍ରି ପାଇଁ ପ୍ରସ୍ତୁତ ହୋଇଥିବା ଅଭିଯୋଗ ହୋଇଛି । ଶ୍ରୀ ମନ୍ଦିର ରେ ମହାପ୍ରଭୁ ଙ୍କ ଅଣସର ଚାଲିଥିବା ବେଳେ ମନ୍ଦିର ରେ ମହାପ୍ରସାଦ ମିଳୁ ନ ଥିବା ଭକ୍ତ ମାନଙ୍କୁ କୁହାଯାଉଛି।

ଅନେକ ଭକ୍ତ ଏ ନେଇ କିଛି ଜାଣି ନ ଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟକ୍ତି। କିଛି ଅସାଧୁ ସେବାୟତ ଙ୍କ ସହ ମିଶି ବାହାରେ ଅନ୍ନ, ଡ଼ାଲି , ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତ କରି ବିକ୍ରୀ ପାଇଁ ବ୍ୟବସ୍ଥା ହୋଇଛି। ତେବେ ଗଣମାଧ୍ୟମ ପ୍ରତିନିଧି ଘଟଣା ସ୍ଥଳ ରେ ପହଞ୍ଚିବା ପରେ ରୋଷେଇ କରୁଥିବା ବ୍ୟକ୍ତି ମାନେ ଫେରାର ହୋଇ ଯାଇଛନ୍ତି। ସେପଟେ ନକଲି ମହା ପ୍ରସାଦ ପ୍ରସ୍ତୁତି କୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରିଛନ୍ତି । ଭକ୍ତଙ୍କ ଭାବନା, ଭକ୍ତି ସହ ଖେଳୁଥିବା ବ୍ୟକ୍ତି ଙ୍କ ବିରୋଧ ରେ କଡା ପଦକ୍ଷେପ ନେବାକୁ ଦାବୀ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା