Masthead

ମେଲାଣି ନେବେ ମାଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ପୂଜା । ହେଲା ଅଧର୍ମ ଉପରେ ଧର୍ମର ଜୟ । ଏବେ ମେଲାଣି ନେବେ ମାଆ । ଭସାଣି ପାଇଁ ଟୁଇନ୍ ସିଟିରେ ବ୍ୟାପକ ବନ୍ଦୋବସ୍ତ । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାକୁ ପୂଜା କମିଟି ବିଭିନ୍ନ ପ୍ରକାର ଆୟୋଜନ କରିଛନ୍ତି । ଗତ ରାତିରୁ କଟକରେ ଭସାଣି ଆରମ୍ଭ ହୋଇସାରିଛି । ମେଢ଼ ଗୁଡ଼ିକ ନିର୍ଦ୍ଦିଷ୍ଟ ରୁଟ୍‌ରେ ସାହି ପରିକ୍ରମା କରି ଦେବୀଗଡ଼ା ନିକଟରେ ପହଞ୍ଚିବା ପରେ ସେଠାରେ ବିସର୍ଜନ କରାଯିବ ।

ଭୁବନେଶ୍ୱରରେ ଭସାଣିକୁ ଦୃଷ୍ଟିରେ ରଖି, ଗାଡ଼ି ଚାଳକଙ୍କ ପାଇଁ ଗାଇଡଲାଇନ୍ ଜାରି କରିଛି କମିଶନରେଟ୍ ପୁଲିସ୍ । ଜାରି ହୋଇଥିବା ଗାଇଡଲାଇନ ଅନୁସାରେ, ଆଜି ଅପରାହ୍ନ ୩ଟାରୁ ଭସାଣ ଯାତ୍ରା ଆରମ୍ଭ ହେବ । ଏଥିପାଇଁ ରାତି ଗୋଟିଏ କିମ୍ବା ଭସାଣି ସରିବା ପର୍ୟ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟକଣା ଲାଗିବ । ସହିଦ ନଗର ଭସାଣ ବେଳେ ବାଣୀବିହାର ରୁପାଲି ଛକ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ ବାରଣ କରାଯାଇଛି । ଏହି ସମୟରେ ଯାନବାହାନ ଗୁଡ଼ିକ ବାଣୀବିହାରରୁ ଆଚାର୍ଯ୍ୟ ବିହାର ଦେଇଯିବ ।

ସେହିପରି ରାଜପଥ ରାସ୍ତାରେ ଯାନବାହନ ଚଳାଚଳ ମନା ହୋଇଛି । ଏହି ରାସ୍ତାରେ ଯିବାକୁ ଥିବା ଗାଡ଼ି ଗୁଡ଼ିକ ସଚିବାଳୟ ମାର୍ଗ ଦେଇ ଯିବ । ସେହିପରି ନୟାପଲ୍ଲୀ ଭସାଣ ପାଇଁ ସିଆରପି ପଟୁ ଗାଡ଼ି ଏକାମ୍ର ପାର୍କ ଦେଇ ଯିବ । ଚନ୍ଦ୍ରଶେଖରପୁର ଭସାଣ ବେଳେ କିଟ୍ ପାଶ୍ୱରୁ ନାଲକୋ ଛକ ଯିବା ମନା କରାଯାଇଛି । ନିୟମ ଉଲ୍ଲଂଘନ କଲେ ୫ ଶହ ଟଙ୍କାରୁ ହଜାରେ ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି ।ଉତ୍ତର ଭୁବନେଶ୍ୱର ଭସାଣି ମହୋତ୍ସବ ଶୋଭାଯାତ୍ରା ବେଳେ ନନ୍ଦନକାନନ ପଟୁ ଜୟଦେବ ବିହାର ଆଡୁ ଆସୁଥିବା ଗାଡି ଚଳାଚଳ ବନ୍ଦ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ