Masthead

ଚିଙ୍ଗୁଡ଼ିଖୋଲରେ ବିନା ଭକ୍ତରେ ପାଳିତ ହେଲା ଦୁର୍ଗାପୂଜା

ବେଗୁନିଆପଡ଼ା, (ବଡ଼ ଖବର ବ୍ୟୁରୋ): କୋଭିଡ୍ କଟକଣା ମଧ୍ୟରେ ଆଜି ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ମା’ ଦୁର୍ଗାଙ୍କ ନବମୀ ପୂଜା। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଚିଙ୍ଗୁଡ଼ିଖୋଲ ଗ୍ରାମରେ ଦୀର୍ଘ ୬୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମା’ଙ୍କ ପୂଜା ହେଉଥିବା ବେଳେ ଚଳିତବର୍ଷ କରୋନା ଯୋଗୁ ପ୍ରଶାସନର ଗାଇଡ୍ ଲାଇନ୍ ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ପୂଜା ନୀତିକାନ୍ତିଠାରୁ ଆରମ୍ଭ କରି ମୂର୍ତ୍ତି ବିସର୍ଜନ ପର୍ୟ୍ୟନ୍ତ ସବୁକିଛି ନିରାଡ଼ମ୍ବର ହେବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ କୋଭିଡ-୧୯ ନିୟମ ଅନୁଯାୟୀ ଦୁର୍ଗାପୂଜା ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ୪ ଫୁଟର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ହୋଇଛି ଏବଂ ମଣ୍ଡପର ତିନି ପଟୁ ପରଦା ଦ୍ୱାରା ଆବଦ୍ଧ କରାଯାଇ ମା’ଙ୍କ ପୂଜା କରାଯାଉଛି। ପୂଜା କମିଟି ଦାୟିତ୍ୱରେ ଥିବା ଫକୀର ମୋହନ ରାଉତଙ୍କ ଦ୍ୱାରା ପୂଜାକାର୍ୟ୍ୟ ପରିଚ।ଳିତ ହୋଇଛି। ଏଥିରେ ପୂଜା କମିଟିର ସମସ୍ତ ସଦସ୍ୟ ସହଯୋଗ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ