Masthead

ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ଗହଣରେ ଜଗତଜନନୀ ମା’ । ଘଣ୍ଟ, ଶଙ୍ଖ ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହାଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି ମହାନବମୀ ପୂଜା । ମହାଷ୍ଟମୀ ପୂଜା କରିବା ଲାଗି ମଣ୍ଡପଗୁଡିକରେ ପ୍ରବଳ ଭିଡ ଲାଗି ରହିଛି ।

ଭକ୍ତିମୟ ପରିବେଶ ସାଙ୍ଗକୁ ଚଣ୍ଡିପାଠରେ କମ୍ପୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । ଦୁର୍ଗାଷ୍ଟମୀ ବ୍ରତ ପାଳନ କରୁଥିବା ଶ୍ରଦ୍ଧାଳୁ ମାନେ ଉପବାସ ରହି ମା’ଙ୍କୁ ଦର୍ଶନ କରୁଛନ୍ତି । ସୂର୍ଯ୍ୟ ପୂଜା ସହ ସକଳ କର୍ମଶେଷ ପରେ ଷୋଡଶ ଉପଚାରରେ ଦେବୀ ଦୁର୍ଗାଙ୍କ ପୂଜା ହୋଇଛି, ଏହାପରେ ସଂଧିପୂଜା ଆରମ୍ଭ ହେବ । ସହରର ସମସ୍ତ ପୂଜା ମଣ୍ଡପରେ ମହା ଆଡମ୍ବରରେ ମା’ଙ୍କ ଦୁର୍ଗାଷ୍ଟମୀ ପୂଜା କରାଯାଉଥିବା ବେଳେ ହଜାର ହଜାର ଶ୍ରଦ୍ଧାଳୁ ମାଙ୍କୁ ଦର୍ଶନ କରୁଛନ୍ତି । ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । କଟକରେ ସୁନାଚାନ୍ଦିରେ ଝଟକୁଛନ୍ତି ମାଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ