ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ଗହଣରେ ଜଗତଜନନୀ ମା’ । ଘଣ୍ଟ, ଶଙ୍ଖ ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହାଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି ମହାନବମୀ ପୂଜା । ମହାଷ୍ଟମୀ ପୂଜା କରିବା ଲାଗି ମଣ୍ଡପଗୁଡିକରେ ପ୍ରବଳ ଭିଡ ଲାଗି ରହିଛି ।

ଭକ୍ତିମୟ ପରିବେଶ ସାଙ୍ଗକୁ ଚଣ୍ଡିପାଠରେ କମ୍ପୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । ଦୁର୍ଗାଷ୍ଟମୀ ବ୍ରତ ପାଳନ କରୁଥିବା ଶ୍ରଦ୍ଧାଳୁ ମାନେ ଉପବାସ ରହି ମା’ଙ୍କୁ ଦର୍ଶନ କରୁଛନ୍ତି । ସୂର୍ଯ୍ୟ ପୂଜା ସହ ସକଳ କର୍ମଶେଷ ପରେ ଷୋଡଶ ଉପଚାରରେ ଦେବୀ ଦୁର୍ଗାଙ୍କ ପୂଜା ହୋଇଛି, ଏହାପରେ ସଂଧିପୂଜା ଆରମ୍ଭ ହେବ । ସହରର ସମସ୍ତ ପୂଜା ମଣ୍ଡପରେ ମହା ଆଡମ୍ବରରେ ମା’ଙ୍କ ଦୁର୍ଗାଷ୍ଟମୀ ପୂଜା କରାଯାଉଥିବା ବେଳେ ହଜାର ହଜାର ଶ୍ରଦ୍ଧାଳୁ ମାଙ୍କୁ ଦର୍ଶନ କରୁଛନ୍ତି । ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । କଟକରେ ସୁନାଚାନ୍ଦିରେ ଝଟକୁଛନ୍ତି ମାଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ