Masthead

ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠିଛି ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ । ବୁଧବାର ବିଲ୍ୱ ବରଣ ପରେ ଗୁରୁବାର ପୂଜା ମଣ୍ଡପରେ ମହାମାୟୀଙ୍କ ଚକ୍ଷୁଦାନ ପର୍ବ ରହିଛି । ମା’ଙ୍କୁ ଚକ୍ଷୁଦାନ କରାଯାଇ ସମସ୍ତ ରୀତିନୀତି ସହ ପୂଜା କରାଯିବ । ତେବେ ଗୁରୁବାର ପୂଜା ମଣ୍ଡପରେ ମାଆଙ୍କର ମହାସପ୍ତମୀ ପୂଜା କରାଯିବ । ଆଜି ବିଭିନ୍ନ ଶକ୍ତିପୀଠରେ ମହାଷ୍ଟମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାମପ୍ତମୀ ପୂଜା ରହିଛି । ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ ରହିଛି ।

ପୂଜା ପାଇଁ ଭୁବନେଶ୍ୱର, କଟକ ସମତେ ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି । କଟକର ବିଭିନ୍ନ ପୂଜା ମଣ୍ଡପରେ ସୁନା, ଚାନ୍ଦି ମେଢରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସଜ୍ଜିତ ହୋଇଥିବାର ଦେଖିବାକୁ ମିଳିଛି। ଭକ୍ତ ଅତ୍ୟନ୍ତ ଉତ୍ସାହର ସହ ମାଆଙ୍କର ଦର୍ଶନ କରିବାକୁ ଚାହିଁ ରହିଛନ୍ତି । ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ସୁଉଚ୍ଚ ତୋରଣ କରାଯାଇଛି । ଏହା ସାଙ୍ଗକୁ ସମସ୍ତ ସ୍ଥାନ ଆଲୋକମାଳାରେ ଝଲସୁଛି । ନୟାପଲ୍ଲୀ, ସହିଦନଗର, ବମିଖାଲ, ଝାରପଡା, ରସୁଲଗଡ, ବରମୁଣ୍ଡା, ଷ୍ଟେସନବଜାର ଆଦି ପ୍ରମୁଖ ମଣ୍ଡପରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କିପରି ସୁରୁଖୁରୁରେ ପୂଜା ସମାପନ ହେବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ