Masthead

ଦୁର୍ଗାପୁର ଗଣଦୁଷ୍କର୍ମ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଅଭିଯୁକ୍ତ ଗିରଫ । ଘଟଣାର ୩୬ ଘଣ୍ଟା ପରେ ଗିରଫ ହେଲେ ଅଭିଯୁକ୍ତ । ଆଉ କିଛି ଜଣ ଫେରାର ଥିବା ସୂଚନା ମିଳିଛି । ଗିରଫ ଅଭିଯୁକ୍ତ କିଏ ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନି। ଅଭିଯୁକ୍ତଙ୍କୁ ବାନ୍ଧି ଘଟଣାର ଅଧିକ ତଦନ୍ତ କରୁଛି ପୋଲିସ । କ୍ରାଇମ ସ୍ପଟରେ ଡ୍ରୋନ୍ ଡରିଆରେ ତଦନ୍ତ କରାଯାଉଛି । ଜଙ୍ଗଲ ଉପରେ ଡ୍ରୋନ୍ ଉଡ଼ାଇ ପ୍ରମାଣ ଖୋଜୁଛି ପୋଲିସ । ଫେରାର୍ ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ପୁଲିସ ଖୋଜାଖୋଜି କରୁଛି ।

ସେପଟେ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମବେଦନା ଜଣାଇବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧୀଙ୍କୁ କଠୋର ଦଣ୍ଡ ଦେବାପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଛନ୍ତି । ବାଲେଶ୍ଵର ଏସ.ପି ଦୁର୍ଗାପୁର ପୁଲିସ ସହିତ ଯୋଗାଯୋଗରେ ରହି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି । ସେପଟେ ଝିଅକୁ ଓଡ଼ଶା ଫେରାଇ ଆଣିବାକୁ କୋହଭରା ନିବେଦନ କରିଛନ୍ତି ପୀଡ଼ିତାଙ୍କ ବାପା ।

ଦୁର୍ଗାପୁର ମେଡ଼ିକାଲ୍ କଲେଜର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଜଘନ୍ୟ କାଣ୍ଡ ଘଟାଇଥିଲେ ୪ରୁ୫ ଜଣ ଦୁର୍ବୃତ୍ତ । ପୁରୁଷ ବନ୍ଧୁଙ୍କ ଉପସ୍ଥିତିରେ ମାଡ଼ ମାରିବା ସହ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା । ଏପଟେ ଡାକ୍ତରଖାନାରେ ପୀଡ଼ିତାଙ୍କର ଚିକିତ୍ସା ଚାଲିଛି । ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା କହିଛନ୍ତି ବାଲେଶ୍ବରରୁ ଯାଇଥିବା ସ୍ବତନ୍ତ୍ର ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି