Before Header

ଆଜି ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ୱର ଟୁଡୁ

0 80

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ୱର ଟୁଡୁ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ନୂଆ କରି ମନ୍ତ୍ରୀ ପଦ ପାଇଥିବା ବିଶ୍ବେଶ୍ୱର ଟୁଡୁ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସିବେ। ସୋମବାରଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ପହଞ୍ଚିବା ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ସିଧାସଳଖ ପୁରୀ ଯିବେ । ଏହା ପରେ ପୁଣି ଭୁବନେଶ୍ୱର ଫେରି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ। ୭ ତାରିଖ‌ରେ ବାରିପଦା ଯିବେ। ୮ରୁ ୧୧ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ।

 

Leave A Reply

Your email address will not be published.