Masthead

ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ୪ ବର୍ଷ ପାଇଁ ବାସନ୍ଦ । ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି । କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି। ଜାନୁୟାରୀ ୩ ତାରିଖରୁ ଦୂତି ଯେଉଁ ଇଭେଣ୍ଟଗୁଡିକରେ ଅଂଶ ଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡିକୁ ଅଯୋଗ୍ୟ ଘୋଷଣା କରାଯିବ । ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ ଅଧ୍ୟକ୍ଷ ଗୁରୁବାର ଏହି ସୂଚନା ଦେଇଛନ୍ତି । ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ୍‌ ମାରିଛନ୍ତି ଦୂତି ଚାନ୍ଦ।

ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଛି । ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛି ନାଡା। ୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି। ଆସନ୍ତା ଜାନୁଆରୀ ୨୦୨୭ ପର୍ୟ୍ୟନ୍ତ ଏହି ବ୍ୟାନ ବଳବତ୍ତର ରହିବ। ଡୋପିଂ ନିରୋଧ ଆଇନକୁ ନେଇ ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ