Masthead

ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ।  ସମସ୍ତ ସରକାରୀ, ବେସରକାରୀ ସ୍କୁଲ ପାଇଁ ଏହା  ଲାଗୁ କରାଯାଇଛି।  ସ୍କୁଲରେ  ସକାଳୁଆ ପାଠପଢା ପାଇଁ ନିର୍ଦେଶ ଦିଆଯାଇଛି। ସକାଳ ସାଢେ ୬ ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ ସ୍କୁଲରେ ପାଠପଢା। ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏହି  ନିଷ୍ପତ୍ତି ନିଆଯାଇଛି।  ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ଚାଲିବ ସକାଳୁଆ ସ୍କୁଲ । ଏନେଇ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଗଣଶିକ୍ଷା ସଚିବ। ଏପ୍ରିଲ ୨ ତାରିଖରୁ ଏହି ନିର୍ଦେଶ ଲାଗୁ କରାଯାଇଛି।

ସକାଳୁଆ ସ୍କୁଲଗୁଡିକ ପାଇଁ ଏସଓପି ଜାରି କରାଯାଇଛି। ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା  କରିବେ।  ଆବଶ୍ୟକ ସ୍ଥଳେ, ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ସ୍କୁଲ କ୍ୟାମ୍ପସ ଭିତରେ ଥିବା ନଳକୂପଗୁଡ଼ିକୁ ମରାମତି କରାଯିବ। ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ପାଣି ଘଣ୍ଟି ସହିତ ପାନୀୟ ଜଳ ବିରତି ରହିବ। ବିଦ୍ୟାଳୟଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ରଖାଯିବ ଏବଂ ଆବଶ୍ୟକ କରୁଥିବା ଛାତ୍ର/କର୍ମଚାରୀଙ୍କୁ ଏହା ଯୋଗାଇ ଦିଆଯିବ। ଅଭିଭାବକମାନେ ପିଲାମାନଙ୍କୁ ସ୍କୁଲ ଯିବା ସମୟରେ ପାଣି ବୋତଲସହ ପଠାଇବେ ବୋଲି ଗାଇଡଲାଇନ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ