Masthead

ୱାର୍ଲ୍ଡ ଆର୍ଥ ଆୱାର, ଘଣ୍ଟାଏ ବନ୍ଦ ରହିବ ଲାଇଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୱାର୍ଲ୍ଡ ଆର୍ଥ ଆୱାର । ପୃଥିବୀ ପାଇଁ ୧ ଘଣ୍ଟା ଲାଇଟ୍ ବନ୍ଦ ରଖିବାକୁ ବିଶ୍ୱବାସୀଙ୍କୁ ଅନୁରୋଧ କରାଯାଇଛି । ରାତି ୮.୩୦ ରୁ ୯.୩୦ ଯାଏଁ ସମସ୍ତ ଲାଇଟ୍ ବନ୍ଦ ରଖିବା ଲାଗି ଆହ୍ୱାନ ଦିଆଯାଇଛି । ପୃଥିବୀର ସୁରକ୍ଷା ଲାଗି ପ୍ରତିବର୍ଷ ମାର୍ଚ୍ଚ ମାସର ଶେଷ ଶନିବାର ପୃଥିବୀବାସୀ ୧ ଘଣ୍ଟା ପର୍ଯ୍ୟନ୍ତ ନିଜର ଅନାବଶ୍ୟକ ଲାଇଟ୍‌କୁ ସୁଇଚ୍ ଅଫ୍ କରିଥାନ୍ତି । ପୃଥିବୀର ସୁରକ୍ଷା ଲାଗି ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ବାଣ୍ଟିବା ଏବଂ ପାଣିପାଗ ପରିବର୍ତ୍ତନର ସମାଧାନ ଲକ୍ଷ୍ୟରେ ଆର୍ଥ ଆୱାର ପାଳନ କରାଯାଇଥାଏ । ୨୦୧୦ ମସିହା ପରଠାରୁ ରାଜ୍ୟରେ ଆର୍ଥ ଆଓ୍ଵାର କାର୍ୟ୍ୟକ୍ରମ ପାଳନ କରାଯାଉଛି । ସମସ୍ତ ସରକାରୀ ସଂସ୍ଥା, ବିଭିନ୍ନ ସଂଗଠନ, ରାଜନୈତିକ ଦଳ ଓ ଗଣମାଧ୍ୟମ ସଂସ୍ଥା ଏହି ଆର୍ଥ ଆୱାରକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।

୨୦୦୭ ମସିହାରେ ଅଷ୍ଟ୍ରେଲିଆର ସିଡନି ସହରରେ ଲୋକମାନେ ଘଣ୍ଟାଏ କାଳ ଲାଇଟ୍ ବନ୍ଦ ରଖି ଏହାକୁ ପାଳନ କରିଥିଲେ । ୨୦୦୮ ମସିହା ପରଠାରୁ ଏହା ବିଶ୍ୱସ୍ତରରେ ପାଳନ କରାଯାଉଛି । ୨୦୧୦ ମସିହାରେ ଆମେରିକାରେ ୧୬ପ୍ରତିଶତ ଜନସାଧାରଣ ଏହାକୁ ସମର୍ଥନ ଜଣାଇଥିଲେ। ୨୦୧୬ ମସିହାରେ ମୁମ୍ବାଇରେ ଆର୍ଥ ଆଓ୍ଵାର ପାଳନରେ ୮୦ ମେଗାଓ୍ଵାଟ ବିଦ୍ୟୁତ ବଞ୍ଚି ପାରିଥିଲା । ବିଶ୍ୱର ୮୮ଟି ରାଷ୍ଟ୍ରର ୪୦୦୦ମହାନଗରୀରେ ପ୍ରତି ବର୍ଷ ଆର୍ଥ ଆୱାର ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପଛରେ ଛାତ୍ର ସଙ୍ଗଠନର ହାତ! 🔴 ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା 🔴 ହାଜର ହେବେ ICC ସଦସ୍ୟ 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା