Masthead

ୱାର୍ଲ୍ଡ ଆର୍ଥ ଆୱାର, ଘଣ୍ଟାଏ ବନ୍ଦ ରହିବ ଲାଇଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୱାର୍ଲ୍ଡ ଆର୍ଥ ଆୱାର । ପୃଥିବୀ ପାଇଁ ୧ ଘଣ୍ଟା ଲାଇଟ୍ ବନ୍ଦ ରଖିବାକୁ ବିଶ୍ୱବାସୀଙ୍କୁ ଅନୁରୋଧ କରାଯାଇଛି । ରାତି ୮.୩୦ ରୁ ୯.୩୦ ଯାଏଁ ସମସ୍ତ ଲାଇଟ୍ ବନ୍ଦ ରଖିବା ଲାଗି ଆହ୍ୱାନ ଦିଆଯାଇଛି । ପୃଥିବୀର ସୁରକ୍ଷା ଲାଗି ପ୍ରତିବର୍ଷ ମାର୍ଚ୍ଚ ମାସର ଶେଷ ଶନିବାର ପୃଥିବୀବାସୀ ୧ ଘଣ୍ଟା ପର୍ଯ୍ୟନ୍ତ ନିଜର ଅନାବଶ୍ୟକ ଲାଇଟ୍‌କୁ ସୁଇଚ୍ ଅଫ୍ କରିଥାନ୍ତି । ପୃଥିବୀର ସୁରକ୍ଷା ଲାଗି ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ବାଣ୍ଟିବା ଏବଂ ପାଣିପାଗ ପରିବର୍ତ୍ତନର ସମାଧାନ ଲକ୍ଷ୍ୟରେ ଆର୍ଥ ଆୱାର ପାଳନ କରାଯାଇଥାଏ । ୨୦୧୦ ମସିହା ପରଠାରୁ ରାଜ୍ୟରେ ଆର୍ଥ ଆଓ୍ଵାର କାର୍ୟ୍ୟକ୍ରମ ପାଳନ କରାଯାଉଛି । ସମସ୍ତ ସରକାରୀ ସଂସ୍ଥା, ବିଭିନ୍ନ ସଂଗଠନ, ରାଜନୈତିକ ଦଳ ଓ ଗଣମାଧ୍ୟମ ସଂସ୍ଥା ଏହି ଆର୍ଥ ଆୱାରକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।

୨୦୦୭ ମସିହାରେ ଅଷ୍ଟ୍ରେଲିଆର ସିଡନି ସହରରେ ଲୋକମାନେ ଘଣ୍ଟାଏ କାଳ ଲାଇଟ୍ ବନ୍ଦ ରଖି ଏହାକୁ ପାଳନ କରିଥିଲେ । ୨୦୦୮ ମସିହା ପରଠାରୁ ଏହା ବିଶ୍ୱସ୍ତରରେ ପାଳନ କରାଯାଉଛି । ୨୦୧୦ ମସିହାରେ ଆମେରିକାରେ ୧୬ପ୍ରତିଶତ ଜନସାଧାରଣ ଏହାକୁ ସମର୍ଥନ ଜଣାଇଥିଲେ। ୨୦୧୬ ମସିହାରେ ମୁମ୍ବାଇରେ ଆର୍ଥ ଆଓ୍ଵାର ପାଳନରେ ୮୦ ମେଗାଓ୍ଵାଟ ବିଦ୍ୟୁତ ବଞ୍ଚି ପାରିଥିଲା । ବିଶ୍ୱର ୮୮ଟି ରାଷ୍ଟ୍ରର ୪୦୦୦ମହାନଗରୀରେ ପ୍ରତି ବର୍ଷ ଆର୍ଥ ଆୱାର ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ