Masthead

କୋରାପୁଟରେ ଭୂମିକମ୍ପ ଝଟକା

କୋରାପୁଟ(ବଡ଼ ଖବର ବ୍ୟୁରୋ): କୋରାପୁଟରେ ମୃଦୁ ଭ-ୂକମ୍ପ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ସଦର ମହକୁମାରେ ଶୁକ୍ରବାର ଭୂମିକମ୍ପ ଅନୁଭୂତ ହୋଇଛି। ଭୋର ୫.୫ ମିନିଟରେ ଏହି ଭୂମିକମ୍ପ ଅନୂଭୂତ ହୋଇଛି । ଭୋର ସମୟରେ ଲୋକେ ଉଠିଥିବାବେଳେ ଝରକା, କବାଟ ଆପେ ଆପେ ଦୋହଲିଥିଲା । ଲୋକେ ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ। ପରେ ଏହା ଭୂମିକମ୍ପ ବୋଲି ଜଣାପଡିଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ ରହିଛି । ପ୍ରାୟ ୫ କିଲୋମିଟର ଦୂରରେ ଏହାର ଉତ୍ପତ୍ତିସ୍ଥଳ ବୋଲି ଅନୁମାନ କରାଯାଇଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କିଛି ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ। ଲକ୍ଷ୍ମୀପୁର ସମେତ ନାରାୟଣପାଟଣା, ବନ୍ଧୁଗାଁ ବ୍ଲକ ଏବଂ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ