Masthead

ଭୂମିକମ୍ପରେ ଥରିଲା ରାଜସ୍ଥାନ ଓ ଅରୁଣାଚଳପ୍ରଦେଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୂକମ୍ପରେ ଥରିଲା ରାଜସ୍ଥାନ ଓ ଅରୁଣାଚଳପ୍ରଦେଶ । ବିଳମ୍ବିତ ରାତିରେ ଦୁଇ ରାଜ୍ୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲର ତୀବ୍ରତା ୪.୨ ଓ ୩.୫ ରେକର୍ଡ କରାଯାଛି । ଏନେଇ ଜାତୀୟ ଭୂବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଭୂକମ୍ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଭୂବିଜ୍ଞାନ କେନ୍ଦ୍ର ତଥ୍ୟ ଅନୁସାରେ, ବିଳମ୍ବିତ ରାତିରେ ରାଜସ୍ଥାନରେ ଭୂକମ୍ପ ହୋଇଥିଲା । ରାତି ୨ଟା ୧୬ ମିନିଟରେ ଏହି ଭୂକମ୍ପ ହୋଇଥିଲା । ରାଜସ୍ଥାନ ବିକାନେରର ପଶ୍ଚିମରୁ ୫୧୬ କିମି ଦୂରରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା ।

ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଅନ୍ୟପଟେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଗତ ବିଳମ୍ବିତ ରାତିରେ ଭୂକମ୍ପ ହୋଇଥିଲା । ରାତି ୧ଟା ୪୫ ମିନିଟ ସମୟରେ ମୃଦୁ ଭୂକମ୍ପରେ ଥରିଥିଲା ଅରୁଣାଚଳ ପ୍ରଦେଶ । ରିକ୍ଟର ସ୍କେଲରେ ତୀବ୍ରତା ୩.୫ ରେକର୍ଡ କରାଯାଇଥିଲା । ଅରୁଣାଚଳ ପ୍ରଦେଶର ଚଙ୍ଗଲଙ୍ଗରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଥିଲା । ତେବେ ଭୂକମ୍ପର ଅକ୍ଷାଂଶ ୨୭.୪୮ ଏବଂ ଦ୍ରାଘିମା ୯୬.୧୫ ରହିଥିବା ବେଳେ ଗଭୀରତା ୭୬ କିମି ରେକର୍ଡ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ