Masthead

ଭୂମିକମ୍ପରେ ଥରିଲା ଫିଲିପାଇନ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଫିଲିପାଇନ୍ସରେମ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୭.୮ ରେକର୍ଡ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏ ନେଇ ସୂଚନା ଦେଇଛି । ଇଣ୍ଡୋନେସିଆ, ଫିଲିପାଇନ୍ସ ସମେତ ୫ ଦେଶକୁ ବିନାଶକାରୀ ସୁନାମି ଆଲର୍ଟ ଦିଆଯାଇଛି । ଗତକାଲି ଭୁଟାନରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରବିବାର ବିଳମ୍ବିତ ରାତିରେ ସିକିମ ଏବଂ ଉତ୍ତର ବଙ୍ଗର କିଛି ସ୍ଥାନରେ ୫.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ୭.୮ ତୀବ୍ରତାରେ ଫିଲିପାଇନ୍ସରେ ଭୟଙ୍କର ଭୂକମ୍ପ ଝଟ୍କା ଲାଗିଛି । ଯାହାକୁ ନେଇ ଲୋକଙ୍କ ମନରେ ଆତଙ୍କ ଖେଳିଯାଇଛି ।

ଫିଲିପାଇନ୍ସ, ଇଣ୍ଡୋନେସିଆ ଏବଂ ଜାପାନର ଅନେକ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଫିଲିପାଇନ୍ସର ମିନ୍ଦାନାଓ ଦ୍ୱୀପ ନିକଟରେ ରହିଛି । ଏହି ଶକ୍ତିଶାଳୀ ଭୂକମ୍ପ ପରେ ପ୍ରଶାସନ ପକ୍ଷରୁ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ ସୁନାମି ଆଲର୍ଟ ଜାରି କରାଯାଇଛି । ସୁନାମି ଆଶଙ୍କାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ତୁରନ୍ତ ଘର ଖାଲି କରି ସୁରକ୍ଷିତ ତଥା ଉଚ୍ଚ ସ୍ଥାନକୁ ଚାଲିଯିବା ପାଇଁ ସରକାରୀ ସ୍ତରରେ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ରରେ ବିରାଟ ମାରାତ୍ମକ ଲହଡ଼ି ଆସିବାର ସମ୍ଭାବନା ଥିବାରୁ ମିନ୍ଦାନାଓ ଏବଂ ଏହାର ଆଖପାଖ ଦ୍ୱୀପଗୁଡ଼ିକରେ ହାଇ-ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ