ଜାମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ଥାନ । ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇଆସିଥିଲେ। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂମିକମ୍ପ ସକାଳ ୪.୩୨ରେ ହୋଇଥିଲା। ବର୍ତ୍ତମାନ କୌଣସି ବଡ଼ କ୍ଷୟକ୍ଷତିର ରିପୋର୍ଟ ନାହିଁ। ଏହା ପୂର୍ବରୁ ଶନିବାର ସକାଳେ ମହାରାଷ୍ଟ୍ରର ମରଠୱାଡା ଅଞ୍ଚଳର ହିଙ୍ଗୋଲି ଜିଲାରେ ୪.୭ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହାର ଝଟକା ନାନ୍ଦେଡ଼ ଏବଂ ପରଭାନୀ ଜିଲାର କିଛି ସ୍ଥାନରେ ମଧ୍ୟ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ହିଙ୍ଗୋଲି ଜିଲାର ଭାସମତ ତାଲୁକାର ଶିରଲି ଗ୍ରାମ ନିକଟରେ ଭୂମି ତଳେ ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।
