ଟାଣୁଆ ନେତାଙ୍କୁ ଭରସି ପାରିଲେନି ଜନତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନରେ ଓଡ଼ିଶାରେ ବିଜେପିକୁ ବହୁମତ ମିଳିଛି । ଏଥର ବିଜେପି ରାଜ୍ୟରେ ସରକାର ଗଢିବ। ତେବେ ଏହି ନିର୍ବାଚନରେ ଅନେକ ନୂଆ ଚେହେରା ବିଜୟୀ ହୋଇଥିବା ବେଳେ ଅନେକ ହେଭିୱେଟ ପରାଜୟର ହୋଇଛନ୍ତି । ବାରମ୍ବାର ବିଜୟୀ ହୋଇ ଆସୁଥିବା ବରିଷ୍ଠ ବିଧାୟକମାନେ ମଧ୍ୟ ପରାଜିତ ହୋଇଛନ୍ତି । ବିଜେଡିର ସର୍ବାଧିକ ହେଭିୱେଟ ନେତା ପରାଜିତ ।ଖାଲି ସେତିକି ନୁହେଁ ୧୧ ମନ୍ତ୍ରୀ ଚିତପଟାଙ୍ଗ ମାରିଛନ୍ତି ।

ମନ୍ତ୍ରୀ ବିକ୍ରମ ଆରୁଖ, ଅଶୋକ ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ଜଗନ୍ନାଥ ସାରକା, ପ୍ରଦୀପ କୁମାର ଅମାତ, ପ୍ରଫୁଲ୍ଲ କୁମାର ମଲ୍ଲିକ, ସୁଦାମ ମାର୍ଣ୍ଡି, ଟୁକୁନି ସାହୁ, ବାସନ୍ତୀ ହେମ୍ବ୍ରମ୍, ପ୍ରୀତିରଞ୍ଜନ ଘଡେଇ, ରୀତା ସାହୁ ପରାଜିତ ହୋଇଛନ୍ତି । ସେହିଭଳି ବିଜେଡିର ବରିଷ୍ଠ ନେତା ଭାବେ ଦେବୀ ପ୍ରସାଦ ମିଶ୍ର, ପ୍ରୀତିରଞ୍ଜନ ଘଡେଇ, ପ୍ରଫୁଲ୍ଲ ସାମଲ, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ ପରାଜିତ ହୋଇଛନ୍ତି । ବିଜେପିର ବରିଷ୍ଠ ନେତା ଭାବେ ରାଜ୍ୟ ସଭାପତି ମନମୋହନ ସାମଲ, ଦିଲ୍ଲୀପ ରାୟ, କୁସୁମ ଟେଟେଙ୍କୁ ମଧ୍ୟ ପରାଜୟର ସାମ୍ନା କରିବାକୁ ପଡିଛି । କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ଭକ୍ତ ଦାସଙ୍କୁ ମଧ୍ୟ ପରାଜୟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!