Masthead

ସାଧାରଣ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସଂକ୍ରାନ୍ତରେ ସମୀକ୍ଷା କରିବାକୁ ଓଡ଼ିଶା ଆସିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।  ୨୦୨୪ ସାଧାରଣ ନିର୍ବାଚନର ପ୍ରସ୍ତୁତି ନିମନ୍ତେ, ଆଜି ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ରାଜୀବ କୁମାର ତଥା ଭାରତ ନିର୍ବାଚନ ଆୟୋଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ଏନଫୋର୍ସମେଣ୍ଟ ଏଜେନ୍ସି ମାନଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସମେତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟର ବରିଷ୍ଠ ଅଧିକାରୀ, ଆୟକର ବିଭାଗ, RBI, SLBC, ଏଆରପୋର୍ଟ ଅଥୋରିଟି, CT&GST, ସୀମା ସୁରକ୍ଷା ବାହିନୀ ଇତ୍ୟାଦିର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଆଜି ସଂପୃକ୍ତ ରିପୋର୍ଟକୁ ଅନୁଧ୍ୟାନ କରି ରାଜ୍ୟର ପ୍ରମୁଖ ଅଧିକାରୀଙ୍କ ସହିତ ଆଲୋଚନା କରିବେ । ଗତକାଲି ତିନି ପ୍ରମୁଖ ରାଜନୈତିକ ଦଳର ନେତା ମଧ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲେ । ଏହି ସମୟରେ ନିରପେକ୍ଷ ନିର୍ବାଚନ କରିବାକୁ ଦାବି କରିଛନ୍ତି ବିରୋଧୀ ନେତା । ଅବାଧ, ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା