Masthead

ଆଶିଷ ସିଂଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇପିଏସ ଆଶିଷ ସିଂ ଫିଟ୍‌ ବୋଲି ସ୍ପଷ୍ଟ କଲେ ଇସିଆଇ । ଏମ୍ସ ସ୍ପେଶାଲ ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାଇଲେ । ଶାରୀରିକ ଓ ମାନସିକ ଭାବେ ଫିଟ୍‌ ଅଛନ୍ତି ବୋଲି ସ୍ପଷ୍ଟ କଲେ । ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଭୁଲ ତଥ୍ୟ ଦେଇଥିଲେ ଆଶିଷ । ମେଡିକାଲ ବୋର୍ଡ ରିପୋର୍ଟ ମୁଖ୍ୟ ସଚିବଙ୍କ ପାଖକୁ ଦେବାକୁ କହିଲେ । ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିସନ । ସ୍ୱାସ୍ଥ୍ୟକୁ ନେଇ ଆଶିଷ ସିଂହ ଭୁଲ ତଥ୍ୟ ଦେଇଥିବାରୁ ଇସିଆଇ କାର୍ୟ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ।

ଆଇପିଏସ ଆଶିଷ ସିଂଙ୍କ ମେଡିକାଲ ଯାଂଚ ପାଇଁ ଗଠିତ ଏମ୍ସ ମେଡିକାଲ ବୋର୍ଡର ରିପୋର୍ଟ ଆସିବା ପରେ ଏହି ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିଲେ ଆଶିଷ ସିଂ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା । ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଭୁବନେଶ୍ୱର ଏମସ ପକ୍ଷରୁ ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂ ସ୍ୱାସ୍ଥ୍ୟବସ୍ଥା ଯାଂଚ କରି ସୁସ୍ଥ ଥିବା ରିପୋର୍ଟ ଦିଆଯାଇଛି । ସେପଟେ ବରିଷ୍ଠ ଆଇପିଏସ ଡିଏସ କୁଟେଙ୍କ ନିଲମ୍ବନକୁ ହଟାଯାଇଛି । ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ