Masthead

ଇଡିରେ ହାଜର ହେଲେ ଟିଏମସି ସାଂସଦ ଅଭିଷେକ ବାନାର୍ଜୀ

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ଇଡିରେ ହାଜର ହେଲେ ଟିଏମସି ସାଂସଦ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀ । ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ସମନ ନେଇ ନୋଟିସ ଜାରି କରିଥିଲା । କୋଇଲା ଦୁର୍ନୀତି ମାମଲାରେ ନୂଆଦିଲ୍ଲୀ ଜାମନଗର ସ୍ଥିତ ଇଡି ଅଫିସରେ ସେ ଆଜି ପହଞ୍ଚିଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଏହି ଦୁର୍ନୀତି ମାମଲାରେ ପଚରାଉଚରା କରୁଛି ।

ତେବେ ଏପଟେ ଗତକାଲି କୋଲକାତା ବିମାନ ବନ୍ଦରରେ ସାମ୍ବାଦିକ ମାନଙ୍କ ସହ କଥାବାର୍ତ୍ତା କରିବା ବେଳେ ମମତା ବାନାର୍ଜୀ କହିଛନ୍ତି ଯେ , କୌଣସି ବେଆଇନ ଆର୍ଥିକ ମାମଲାରେ ତାଙ୍କର ଯଦି କୌଣସି ସମ୍ପୃକ୍ତି ଥାଏ ତେବେ ସେ ଫାସୀ ଦେଇଦେବେ । ପୂର୍ବରୁ ଇଡି ଏହି କୋଇଲା ଦୁର୍ନୀତି ମାମଲାରେ ଅଭିଷେକ ବାନାର୍ଜୀ ଓ ତାଙ୍କ ପତ୍ନୀ ଉଭୟଙ୍କୁ ସମନ ପାଇଁ ନୋଟିସ ଜାରିକରିଥିଲା । କିନ୍ତୁ ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ଇଡି ସମ୍ମୁଖରେ ହାଜର ହେବା ପାଇଁ ମନା କରିଦେଇଥିଲେ ।

ସେପଟେ ଇଡିର ଏଭଳି ଡାକରାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଗିଯାଇଛନ୍ତି । ମୋଦୀ ସରକାରଙ୍କୁ ସେ କଡା ଭାଷାରେ ସମାଲୋଚନା କରିଛନ୍ତି । ଆଉ କହିଛନ୍ତି ଯେ ମୋଦି ଦେଶର ସଂଘୀୟ ସରକାରକୁ ନଷ୍ଟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି