Masthead

ୟାମିଙ୍କୁ ସମନ ପଠାଇଲେ ଇଡି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତ୍ରୀ ୟାମି ଗୌତମଙ୍କୁ ସମନ ପଠାଇଲେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ । ଫେମା (ବୈଦେଶିକ ବିନିମୟ ପରିଚାଳନା ଅଧିନିୟମ) ଅନୁଯାୟୀ ହୋଇଥିବା ଅନିୟମିତତା ସମ୍ପର୍କରେ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ତାଙ୍କୁ ଆସନ୍ତା ସପ୍ତାହରେ ହାଜର ହେବାକୁ କୁହାଯାଇଛି ।

ୟାମି କିଛି ଦିନ ପୂର୍ବରୁ ଚଳଚ୍ଚିତ୍ର ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ୨୦୧୯ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଉରି: ଦି ସର୍ଜିକାଲ୍ ଷ୍ଟ୍ରାଇକ୍’ରେ ୟାମି ଏବଂ ଆଦିତ୍ୟ ଏକାଠି କାମ କରିଥିଲେ । ଯାହାକି ବହୁତ ହିଟ୍ ସାବ୍ୟସ୍ତ ହୋଇଥିଲା । ହିମାଚଳ ପ୍ରଦେଶର ବିଲାସପୁରରେ ଜନ୍ମଗ୍ରହଣ କରିବା ପରେ ଚଣ୍ଡିଗଡ଼ରେ ବଢୁଥିବା ୟାମି ଗୌତମ ଅଭିଷେକ ବଚ୍ଚନଙ୍କ ବିପକ୍ଷରେ ଆଗାମୀ ଚଳଚ୍ଚିତ୍ର ଦାସଓ୍ୱିରେ ନଜର ଆସିବେ । ଦିଲ୍ଲୀରୁ ଆସିଥିବା ଧର ବର୍ତ୍ତମାନ ‘ଅମର ଅଶ୍ୱତ୍ଥାମା’ରେ କାମ କରୁଛନ୍ତି । ଏଥିରେ’ ଉରି’ରେ ତାଙ୍କ ସହ କାମ କରିଥିବା ବିକି କୌଶଲ ମଧ୍ୟ ଅଭିନୟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା