Masthead

ପିକଅପ ଭ୍ୟାନ୍କୁ ଧକ୍କା ଦେଲା ଆଇଚର, ଜଣେ ମୃତ, ୪ ଗୁରୁତର

ଟାଙ୍ଗି (ବଡ଼ ଖବର ବ୍ୟୁରୋ):  ନୟାଗଡ ଜ଼ିଲ୍ଲା ଚାନ୍ଦପୁର ଥାନା ୧୬ନଂ ଜାତୀୟ ରାଜପଥ ଗୌରଚନ୍ଦ୍ରପୁର ଛକନିକଟରେ ଘଟିଛି ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ପିକଅପ ଭ୍ୟାନ୍ କୁ ଧକ୍କା ଦେଲ ଆଇଚର ଟ୍ରକ । ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ କୁକୁଡ଼ାଝରି ଗ୍ରାମର ବିରଞ୍ଚି ତାଡ଼ । ସୂଚନା ଅନୁସାରେ ଆଜି ଭୋର ସମୟରେ କୁକୁଡ଼ା ଝରି ଗ୍ରାମର ୫ଜଣ ଶ୍ରମିକ ଢ଼ଳେଇ କାମ କରିବା ପାଇଁ ନିଜ ସରଞ୍ଜାମ ସହ ଏକ ପିକଅପ ଭ୍ୟାନରେ ବସି ବାଲୁଗାଁ ଅଭିମୁଖେ ଯାଉଥିଲେ ।

ଗୌରଚନ୍ଦ୍ରପୁର ଛକ ନିକଟରେ ଏକ ଆଇଚର ଟ୍ରକ ପିକଅପକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ତେବେ ଖବର ପାଇଁ ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ ଓ ଟାଙ୍ଗୀ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରମାନଙ୍କୁ ଉଦ୍ଧାର କରି ଚାନ୍ଦପୁର ମେଡିକାଲରେ ଭର୍ତି କରାଯାଇଛି । ତେବେ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଥିବାରୁ ଏକ ଓଭର ବ୍ରଜ ନିର୍ମାଣ କରିବା ସହ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ଗ୍ରାମବାସୀମାନେ ରାସ୍ତାରୋକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ