Masthead

ଇଦ୍ ଉଲ ଫିତର, ଚଳଚଞ୍ଚଳ ହୋଇଛି ସବୁ ମସଜିଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଦ୍ ଉଲ ଫିତର । ସବୁ ମୁସଲମାନ ଭାଇ ଭଉଣୀଙ୍କ ବଡ଼ ପର୍ବ ଇଦ । ଇଦ ପାଇଁ ଚଳଚଞ୍ଚଳ ହୋଇଛି ସବୁ ମସଜିଦ ଓ ଇଦଗା ମୈଦାନ । ମସଜିଦରେ ସ୍ୱତନ୍ତ୍ର ନମାଜ ପାଠ । ଭାଇଚାରାର ସହର କଟକରେ ସକାଳୁ ସକାଳୁ ନମାଜ ପାଠ ପାଇଁ ବିଭିନ୍ନ ମସଜିଦରେ ଭିଡ଼ ଦେଖିବାକୁ ମିଳିଛି । ସମୂହ ନମାଜ ପାଠ ପରେ ପରସ୍ପରକୁ ଇଦ୍ ମୁବାରକ ଜଣାଇବେ ସଭିଁଏ । ଇଦ ଏକ ଆରବୀ ଶବ୍ଦ ଯାହାର ଅର୍ଥ ଆନନ୍ଦ ଉତ୍ସବ ଓ ଫିଦର ବା ଫିତ୍ରର ଅର୍ଥ ହେଲା ଉପବାସ ଭାଙ୍ଗିବା।

ଏଇ ପର୍ବଟି ଅଣତିରିସିଆ ବା ତିରିସିଆ ମାସରେ ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ କରାଯାଉଥିବା ଉପବାସର ଉପସଂହାର। ସେଥିପାଇଁ ଇଦର ପ୍ରଥମ ଦିନ ମାସର ପ୍ରଥମ ଦିନ ହୋଇଥାଏ। ଇସଲାମରେ ରମଜାନ ମାସକୁ ପବିତ୍ର ମାସ ବୋଲି ଜ୍ଞାନ କରାଯାଏ। ମାସସାରା ମୁସଲମାନମାନେ ଉପବାସ କରିଥାନ୍ତି। ଇସଲାମୀ ସାଲରେ ଥିବା ୨ଟି ଇଦ ଭିତରୁ ଏହା ଗୋଟିଏ। ଅନ୍ୟଟି ହେଲା ‘ଇଦ ଉଲ-ଅଜହା’। ମୁସଲମାନମାନେ ଏଇ ପର୍ବରେ ଆଲ୍ଲାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଭୋଜି-ଭାତ ସହିତ ଅନେକ ସୁସ୍ୱାଦୁ ଭୋଜନର ମଜା ନେଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼