Masthead

ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କଲେ ଏକନାଥ ସିନ୍ଦେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ପୁଣି ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଶନିବାର ଏବିପି କନକ୍ଲେଭରେ ଯୋଗ ଦେଇ ସିନ୍ଦେ କହିଛନ୍ତି ରାଜ୍ୟର ହିତ ପାଇଁ ନିଜର ଇଗୋକୁ ଅଲଗା ରଖିବା ଜରୁରୀ । ସେ କହିଛନ୍ତି ବିକାଶ ପାଇଁ, ଧନ ପାଇବାକୁ କେନ୍ଦ୍ର ସହ ଭଲ ସମ୍ପର୍କର ଆବଶ୍ୟକତା ରହିଛି । କାମ ତୃଣମୂଳ ସ୍ତରରେ ହାଇଥାଏ, ଅନଲାଇନ ଅବା ଘରେ ବସି ହୋଇଥାଏ ନଥାଏ । ଉଲ୍ଲେଖଯୋଗ୍ୟ, ଉଦ୍ଧବ ଠାକରେ ୨୦୧୯-୨୦୨୨ ପର୍ଯ୍ୟନ୍ତ ମହା ବିକାଶ ଅଘାଡି ସରକାରର ମୁଖ୍ୟମନ୍ତ୍ରୀ ଥିଲେ ଆଉ ସବୁବେଳେ ତାଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ସହ ତୁତୁ ମେମେ ଲାଗି ରହିଥିଲା।

ଏକ ଘରୋଇ ଟେଲିଭିଜନ ଚ୍ୟାନେଲର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସିନ୍ଦେ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହ ଭଲ ସମ୍ପର୍କ ଉପରେ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି, ବିକାଶ ହାତେଇବାକୁ ତୃଣମୂଳ ସ୍ତରରେ କାମ କରିବାର ଆବଶ୍ୟକତା ରହିଛି । ଆପଣ ଅନଲାଇନ ଅଥବା ଫେସବୁକ ମାଧ୍ୟମରେ କାମ କରିପାରିବେ ନାହିଁ । ରାଜ୍ୟର ବିକାଶ ପାଇଁ ଧନ ପ୍ରାପ୍ତି କରିବାକୁ କେନ୍ଦ୍ର ସହ କଥା ହେବା ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ଇଗୋକୁ ଅଲଗା ରଖିଦେବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ