Masthead

୨୪ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ଜାଣନ୍ତୁ କେବେ ହେବ ଓଡ଼ିଶାରେ ଭୋଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୪ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ତାରିଖ ଘୋଷଣା କଲେ ଦେଶର ମୁଖ୍ୟ ନିର୍ବାଚନ କମିସନର । ଓଡ଼ିଶା ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ସିଇସି । ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ। ଜୁନ୍‌ ୪ ତାରିଖରେ ସାରା ଦେଶରେ ଭୋଟ ଗଣତି।

  • ମେ ୧୩ରେ ୨୮ ବିଧାନସଭାରେ ଭୋଟ୍‌ ଗ୍ରହଣ
  • ମେ ୨୦ରେ ୩୫ ବିଧାନସଭା ପାଇଁ ଭୋଟ୍‌
  • ମେ ୨୫ରେ ୪୨ ବିଧାନସଭା ଆସନରେ ଭୋଟ
  • ଜୁନ୍‌ ୧ରେ ୪୨ ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ

ମୋଟ ୭ଟି ପର୍ଯ୍ୟାୟରେ ହେବ ୨୦୨୪ ସାଧାରଣ ନିର୍ବାଚନ । ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହେଇ ଜୁନ୍ ୧ ତାରିଖରେ ସରିବ ୭ମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଏହାପରେ ଜୁନ୍ ୪ ତାରିଖରେ ଭୋଟ୍ ଗଣତି କରାଯାଇ, ସେହିଦିନ ହିଁ ରେଜଲ୍ଟ ପ୍ରକାଶ ପାଇବ ବୋଲି ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର।  ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ରହିବ। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ପ୍ରସ୍ତୁତ ରହିବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌। ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର। ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି। ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ। ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ