ପ୍ରଧାନମନ୍ତ୍ରୀଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ ପାଇଁ ନୋଟିସ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜି୍ରୱାଲଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ନିର୍ବାଚନ କମିଶନ ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜି୍ରୱାଲଙ୍କୁ ନୋଟିସ ଜାରି କରିଛନ୍ତି । ଆପ୍ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ଭିଡିଓ ପୋଷ୍ଟ କରିଥିବାର ଅଭିଯୋଗ କରିଥିଲା ବିଜେପି । ନଭେମ୍ବର ୧୦ରେ ନିର୍ବାଚନ କମିଶନଙ୍କ ପାଖରେ ଅଭିଯୋଗ କରାଯାଇଥିଲା । ଏହି ଅଭିଯୋଗକୁ ଆଦାର କରି ନୋଟିସ୍ ଜାରି କରାଯାଇଛି । ନଭେମ୍ବର ୧୬ ସୁଦ୍ଧା ଏହାର ଜବାବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆପ୍ ନଭେମ୍ବର ୮ରେ ନିଜର ଏକ୍ସ ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୌତମ ଆଦାନୀଙ୍କୁ ନେଇ ଏକ ଭୀଡିଓ ପୋଷ୍ଟ କରିଥିଲା । ଏହାର ଦିନକ ପରେ ପୁଣି ଥରେ ଦଳ ମୋଦି ଏବଂ ଆଦାନୀଙ୍କର ଫଟୋ ପୋଷ୍ଟ କରି ଆରୋପ ଲଗାଇଥିଲେ ଯେ, ପ୍ରଧାନମନ୍ତ୍ରୀ ଶିଳ୍ପପତିଙ୍କ ପାଇଁ କାମ କରିଥାନ୍ତି, ଲୋକଙ୍କ ପାଇଁ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ