Masthead

ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ, ଆଜି ଦିଲ୍ଲୀରେ ହାଜର ହେବେ ଡି.ଏସ.କୁଟ୍ଟେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ଆଇପିଏସ ଡିଏସ କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ କମିଶନ । ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହାଜର ହେବେ ଆଇପିଏସ ଡି.ଏସ.କୁଟ୍ଟେ। କୁଟ୍ଟେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ସ୍ପେଶାଲ ସେକ୍ରେଟାରୀ ଭାବେ କାମ କରୁଥିଲେ । ଆଜି ଦିନ ୩ଟା ସୁଦ୍ଧା ତାଙ୍କୁ ଦିଲ୍ଲୀରେ ପହଞ୍ଚିବା ପାଇଁ କୁହାଯାଇଛି । ସେହିଭଳି ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।

ଏଥିପାଇଁ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି । ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ ହେବ । ୩୦ ତାରିଖ ସୁଦ୍ଧା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କମିଶନ । ଆଉ ସ୍ୱାସ୍ଥ୍ୟ ଯାଞ୍ଚ ରିପୋର୍ଟ ୩୧ ତାରିଖ ସୁଦ୍ଧା କମିଶନଙ୍କ ନିକଟରେ ଦାଖଲ ପାଇଁ କମିଶନ କହିଛନ୍ତି । ମେ ୪ ତାରିଖରୁ ଆଶିଷ ସିଂ ମେଡିକାଲ ଲିଭରେ ଅଛନ୍ତି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଜେପି ସାମ୍ବାଦିକ ସମ୍ମିଳନୀ କରି କହିଛି ଏଭଳି ନିଷ୍ପତ୍ତି ଗଣତନ୍ତ୍ରକୁ ସୁଦୃଢ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ