Masthead

ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇ ସାରିଛନ୍ତି, ବାକି ୧୫ଟି ଆସନ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେଉଛି ।ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ଆସନ ପାଇଁ ହେବ ଭୋଟ । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଥିଲେ ପ୍ରାର୍ଥୀ ।

ତେବେ ସେମାନଙ୍କ ମଧ୍ୟରୁ ୪୧ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇସାରିଛନ୍ତି । ବିଜେପିର ସର୍ବାଧିକ ୨୦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଏଲ୍. ମୁରୁଗନ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ପ୍ରମୁଖ କେହି ପ୍ରତିଦ୍ୱନ୍ଦ୍ୱୀ ନଥିବାରୁ ବିନା ଭୋଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ସାରିଛନ୍ତି । ଓଡ଼ିଶାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ।

ୟୁପିରେ ୧୦ଟି ସିଟ୍ ପାଇଁ ୧୧ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ବିଜେପି ୮ଟି ଆସନ ପାଇଁ ପ୍ରାର୍ଥୀ ଦେଇଥିବା ବେଳେ, ସମାଜବାଦୀ ପାର୍ଟିରୁ ୩ ଜଣଙ୍କୁ ଟିକେଟ ଦିଆଯାଇଛି । କର୍ଣ୍ଣାଟକରେ ୪ଟି ସିଟ ପାଇଁ ୫ ଜଣ ପ୍ରାର୍ଥୀ ଆଶାୟୀ ଅଛନ୍ତି । କଂଗ୍ରେସରୁ ୩ଜଣ ଏବଂ ବିଜେପି ଓ ଜେଡିଏସରୁ ଜଣେ ଲେଖାଏଁ ପ୍ରାର୍ଥୀ । ହିମାଚଳ ପ୍ରଦେଶରେ ଗୋଟିଏ ସିଟ ପାଇଁ ମୁହାଁମୁହିଁ ହେବେ ବିଜେପିର ହର୍ଷ ମହାଜନ ଏବଂ କଂଗ୍ରେସର ଅଭିଷେକ ମନୁ ସିଂହଭି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର