‘ଦିଲ୍ଲୀରେ ଯଦି ମେଣ୍ଟ ହେବନାହିଁ, ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକରେ ଆପ୍‌ ଯୋଗଦେବାର କୌଣସି କାରଣ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବିରୋଧୀ ମେଣ୍ଟ ଇଣ୍ଡିଆରେ ଫାଟ। ମୌସୁମୀ ଅଧିବେଶ ବେଳେ ଓ ଏହା ପୂର୍ବରୁ ପରସ୍ପରକୁ ସମର୍ଥନ କରୁଥିବା ଆପ ଏବଂ କଂଗ୍ରେସ ମଧ୍ୟରେ ଏବେ ତିକ୍ତତା ଆରମ୍ଭ ହୋଇଛି। ସ୍ଥିତି ଏପରି ହୋଇଛି ଯେ ଆସନ୍ତା ୩୧ରେ ବସିଥିବାରୁ ଥିବା ଇଣ୍ଡିଆର ତୃତୀୟ ବୈଠକରେ ଆପ୍‌ ଯୋଗଦେବାର ଆଉ ଆବଶ୍ୟକତା ନଥିବା ମଧ୍ୟ କହିବାକୁ ପଛାଇ ନାହିଁ। ଦିଲ୍ଲୀରେ ସମସ୍ତ ୭ ଲୋକସଭା ଆସନରେ ଜୋରଦାର ପ୍ରସ୍ତୁତି ପାଇଁ ଆଜି ବୈଠକରେ ଗୁରୁତ୍ବାରୋପ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ନେତ୍ରୀ ଅଳକା ଲାମ୍ବା କହିଛନ୍ତି, ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଆମକୁ କୁହାଯାଇଛି।

ସମସ୍ତ ୭ ଆସନରେ ପ୍ରସ୍ତୁତି ଆରମ୍ଭ କରିବାପାଇଁ ନିଷ୍ପତ୍ତି ନିଆଯାଇଛି । ଦଳ କେତେ ଆସନରେ ଲଢ଼ିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ବୈଠକ ୪ ଘଣ୍ଟା ଧରି ଚାଲିଥିଲା । ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସମେତ ୪୦ ନେତା ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ଆପ୍‌ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି, ଦିଲ୍ଲୀରେ ଯଦି ମେଣ୍ଟ ହେବନାହିଁ ବୋଲି କଂଗ୍ରେସ ନିଷ୍ପତ୍ତି ନେଇସାରିଛି ତେବେ ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକରେ ଆପ୍‌ ଯୋଗଦେବାର କୌଣସି କାରଣ ନାହିଁ। ଆମେ ବୈଠକରେ ଯୋଗ ଦେବକୁ କି ନାହିଁ, ତା’ର ନିଷ୍ପତ୍ତି ବରିଷ୍ଠ ନେତାମାନେ ନେବେ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ