Masthead

‘ଦିଲ୍ଲୀରେ ଯଦି ମେଣ୍ଟ ହେବନାହିଁ, ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକରେ ଆପ୍‌ ଯୋଗଦେବାର କୌଣସି କାରଣ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବିରୋଧୀ ମେଣ୍ଟ ଇଣ୍ଡିଆରେ ଫାଟ। ମୌସୁମୀ ଅଧିବେଶ ବେଳେ ଓ ଏହା ପୂର୍ବରୁ ପରସ୍ପରକୁ ସମର୍ଥନ କରୁଥିବା ଆପ ଏବଂ କଂଗ୍ରେସ ମଧ୍ୟରେ ଏବେ ତିକ୍ତତା ଆରମ୍ଭ ହୋଇଛି। ସ୍ଥିତି ଏପରି ହୋଇଛି ଯେ ଆସନ୍ତା ୩୧ରେ ବସିଥିବାରୁ ଥିବା ଇଣ୍ଡିଆର ତୃତୀୟ ବୈଠକରେ ଆପ୍‌ ଯୋଗଦେବାର ଆଉ ଆବଶ୍ୟକତା ନଥିବା ମଧ୍ୟ କହିବାକୁ ପଛାଇ ନାହିଁ। ଦିଲ୍ଲୀରେ ସମସ୍ତ ୭ ଲୋକସଭା ଆସନରେ ଜୋରଦାର ପ୍ରସ୍ତୁତି ପାଇଁ ଆଜି ବୈଠକରେ ଗୁରୁତ୍ବାରୋପ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। କଂଗ୍ରେସ ନେତ୍ରୀ ଅଳକା ଲାମ୍ବା କହିଛନ୍ତି, ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଆମକୁ କୁହାଯାଇଛି।

ସମସ୍ତ ୭ ଆସନରେ ପ୍ରସ୍ତୁତି ଆରମ୍ଭ କରିବାପାଇଁ ନିଷ୍ପତ୍ତି ନିଆଯାଇଛି । ଦଳ କେତେ ଆସନରେ ଲଢ଼ିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ବୈଠକ ୪ ଘଣ୍ଟା ଧରି ଚାଲିଥିଲା । ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସମେତ ୪୦ ନେତା ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ଆପ୍‌ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି, ଦିଲ୍ଲୀରେ ଯଦି ମେଣ୍ଟ ହେବନାହିଁ ବୋଲି କଂଗ୍ରେସ ନିଷ୍ପତ୍ତି ନେଇସାରିଛି ତେବେ ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକରେ ଆପ୍‌ ଯୋଗଦେବାର କୌଣସି କାରଣ ନାହିଁ। ଆମେ ବୈଠକରେ ଯୋଗ ଦେବକୁ କି ନାହିଁ, ତା’ର ନିଷ୍ପତ୍ତି ବରିଷ୍ଠ ନେତାମାନେ ନେବେ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ