Masthead

ଆସନ୍ତାକାଲି ଭୋଟ ଗଣତି, ନିର୍ବାଚନ ଫଳାଫଳ ଘୋଷଣାକୁ ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଛି ନିର୍ବାଚନର ମହାପର୍ବ । ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଷ୍ଟ୍ରଙ୍ଗରୁମରେ ଇଭିଏମ ଥିବା ବେଳେ ଏବେ ଅପେକ୍ଷା ଜୁନ୍ ୪କୁ । ଆଉ ଦିନକ ପରେ ହେବ ଗଣତି । ଆସନ୍ତାକାଲି ସାମ୍ନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ହିଁ ସ୍ପଷ୍ଟ ହୋଇଯିବ । ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୋଲିସ । ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ରହିଛି ଇଭିଏମ। ସେପଟେ ରାଜ୍ୟରେ ନିର୍ବାଚନ ଫଳାଫଳ ଘୋଷଣା ପରବର୍ତ୍ତୀ ଆଇନଶୃଙ୍ଖଳା ସ୍ଥିତି ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି ରହିଛି । ଏନେଇ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ନିର୍ବାଚନ ଫଳାଫଳ ଘୋଷଣା ପରେ ହେବାକୁ ଥିବା ଶୋଭାଯାତ୍ରା କିମ୍ବା ସାଧାରଣ ଯାତ୍ରା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସତର୍କ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ