Masthead

ଆସନ୍ତାକାଲି ଭୋଟ ଗଣତି, ନିର୍ବାଚନ ଫଳାଫଳ ଘୋଷଣାକୁ ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଛି ନିର୍ବାଚନର ମହାପର୍ବ । ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଷ୍ଟ୍ରଙ୍ଗରୁମରେ ଇଭିଏମ ଥିବା ବେଳେ ଏବେ ଅପେକ୍ଷା ଜୁନ୍ ୪କୁ । ଆଉ ଦିନକ ପରେ ହେବ ଗଣତି । ଆସନ୍ତାକାଲି ସାମ୍ନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ହିଁ ସ୍ପଷ୍ଟ ହୋଇଯିବ । ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୋଲିସ । ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ରହିଛି ଇଭିଏମ। ସେପଟେ ରାଜ୍ୟରେ ନିର୍ବାଚନ ଫଳାଫଳ ଘୋଷଣା ପରବର୍ତ୍ତୀ ଆଇନଶୃଙ୍ଖଳା ସ୍ଥିତି ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି ରହିଛି । ଏନେଇ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ନିର୍ବାଚନ ଫଳାଫଳ ଘୋଷଣା ପରେ ହେବାକୁ ଥିବା ଶୋଭାଯାତ୍ରା କିମ୍ବା ସାଧାରଣ ଯାତ୍ରା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସତର୍କ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ