Masthead

ସୁବର୍ଣ୍ଣପୁରରେ ହାତୀ ଉପଦ୍ରବ

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ) : ସୁବର୍ଣ୍ଣପୁରରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ମୁହାଁ ହେଉଛନ୍ତି ହାତୀପଲ । ଏଥି ପାଇଁ ବିଭିନ୍ନ ସମୟରେ ଜନ ଜୀବନ ନଷ୍ଟ ହେବାର ନଜିର ରହିଛି । ବିଶେଷ କରି ଜିଲ୍ଲାର ଉଲୁଣ୍ଡା ବନାଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବଢ଼ି ବଢ଼ି ଚାଲିଛି । କିଛି ଦିନ ହେବ ଜଙ୍ଗଲୀ ହାତୀ ପଲ ଅନେକ ଚାଷ ଜମି କ୍ଷତି କରିବା ସହ ଘର ଦ୍ୱାର ଭାଙ୍ଗି ଦେଉଛନ୍ତି । ଗତକାଲି ବିଳମ୍ବିତ ରାତିରେ କୁତମେଣ୍ଡା ଗାଁର କୃଷ୍ଣ ଝରିଆଙ୍କ ଘର ହାତୀ ପଲ ଭାଙ୍ଗି ଦେଇଛନ୍ତି । ରାତିରେ ଶୋଇଥିବା ବେଳେ ହାତୀ ଆସି ହଠାତ ଘର ଭାଙ୍ଗି ଦେଇଥିଲା । ଘର କାନ୍ଥ ପଡି ଅଜା ନାତି ଗୁରତର ଆହତ ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖାଲି ଏମାନଙ୍କ ପରିବାର ନୁହେଁ କୂତମେଣ୍ଡା ଗାଁ ସହିତ ଆଖପାଖ ଅଞ୍ଚଳର ଜନସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ