Masthead

ହାତୀ ଖୋଜରେ ଜୀବନ ଗଲା

ରାସଗୋବିନ୍ଦପୁର, (ବଡ଼ ଖବର ବ୍ୟୁରୋ): ମାତିଛନ୍ତି ଗଜରାଜ । ଦନ୍ତାହାତୀଙ୍କ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି । ରାସଗୋବିନ୍ଦପୁର ବ୍ଲକ ପଳାଶମୁଣ୍ଡଳୀ ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ମୃତ ମହିଳା ହେଲେ ପଳାଶମୁଣ୍ଡଳୀ ଗାଁର ସୁଭଦ୍ରା ରଣା(୬୫) । ହାତୀ ଏମିତି ଆକ୍ରମଣ କରିଛି ଯେ ତାଙ୍କ ଶରୀରର ସମସ୍ତ ହାଡ଼ ଭାଙ୍ଗି ଯାଇଛି । ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି । ସୁଭଦ୍ରାଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ଦାବି କରିଛନ୍ତି ଗ୍ରାମବାସୀ ।

କିଛିଦିନ ହେବ ରାସଗୋବିନ୍ଦ ରେଞ୍ଜରେ ହାତୀପଲ ମାତିଛନ୍ତି । ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବନ ବିଭାଗ କର୍ମଚାରୀମାନେ ହାତୀ ଘଉଡାଇବାରେ ବିଫଳ ହୋଇଛନ୍ତି । ଦୁଇଦିନ ପୂର୍ବେ ମଧ୍ୟ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ