Masthead

ସାତକୋଶିଆ ଜଙ୍ଗଲରେ ହାତୀ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ହାତୀ ଛୁଆ ମୃତଦେହ ଉଦ୍ଧାର । ମିଳିଥିବା ସୂଚନା ମୁତାବକ ସାତକୋଶିଆ ବନଖଣ୍ଡ ପମ୍ପାସର ରେଞ୍ଜ ତରଭା ଜଙ୍ଗଲରୁ ହାତୀ ଛୁଆର ମୃତ ଦେହ ଉଦ୍ଧାର କରିଛି ବନବିଭାଗ । ମୃତ ହାତୀ ଛୁଆରର ବୟସ ୮ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ବନ ବିଭାଗର ଏକ ଟିମ ତରଭା ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ବେଳେ ମୃତ ଦେହକୁ ଠାବ କରିଥିଲେ ।

ଗୋଟେ ସପ୍ତାହରୁ ଅଧିକ ଦିନ ହେବ ମୃତ ହୋଇଥିବା ବେଳେ ଶରୀରଟି ସମ୍ପୂର୍ଣ୍ଣ ପଚି ନଷ୍ଟ ହୋଇଯାଇଛି । ତେବେ ହାତୀ ଛୁଆର କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଚମଡା ଓ ହାଡ଼ ବନବିଭାଗ ଜବତ କରିଥିବା ଜଣାପଡ଼ିଛି । ଶବ ବ୍ୟବଚ୍ଛେଦ ପାଇଁ ହାଡ଼ ଓ ଖପୁରୀକୁ ଓୟୁଏଟିକୁ ପଠାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ