Masthead

ହାତୀର ମୃତଦେହ ଉଦ୍ଧାର

ଆଠମଲ୍ଲିକ, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ଅଠମଲ୍ଲିକ ରେଜଂରେ ହାତୀ ମଣିଷ ଲଢେଇ । କେତେବେଳେ ହାତୀ ମରୁଛି ତ କେତେବେଳେ ମଣିଷ । ଗତ ୨୦ତାରିଖରେ କମଳପୁର ଗ୍ରାମର ୫୫ ବର୍ଷୀୟ ବୃଦ୍ଧାଙ୍କୁ ହାତୀ ଦଳି ଦେଇଥିବା ବେଳେ ଗତକାଲି ବାମୁର ରେଜଂ କଦଳିମୁଣ୍ଡା ଗ୍ରାମ ନିକଟ ତେନ୍ତୁଳାନାଳର ଗୋଟିଏ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି । ମୃତ ହାତୀର ବୟସ ଏଗାର ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ନିଜ ପଲରୁ ଅଲଗା ହୋଇଥିବା ଏହି ହାତୀଟି ଏକୁଟିଆ ବୁଲୁଥିବାର ଦେଖିଥିଲେ ଗ୍ରାମବାସୀ । ତେବେ ଅସୁସ୍ଥତା କାରଣରୁ ହାତୀଛୁଆଟିର ମୃତ୍ୟୁ ହୋଇଥିବା କହିଛି ବନବିଭାଗ । ବ୍ୟବଚ୍ଛେଦ ରିପୋର୍ଟ ଅସିଲେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି କହିଛନ୍ତି ବାମୁର ରେଞ୍ଜର ।

ଗତ କିଛିଦିନ ହେବେ ଆଠମଲ୍ଲିକ ରେଜଂରେ ହାତୀ ଉପଦ୍ରବ ବଢିବାରେ ଲାଗିଛି । ୧୫ରୁ ୨୦ ହାତୀ ଅଞ୍ଚଳରେ ଆତଙ୍କ ଖେଳାଇ ଚାଲିଛନ୍ତି । ପ୍ରତିବର୍ଷ ଫସଲ ଅମଳ ସମୟରେ ହାତୀମାନେ ଗାଁ ମୁହାଁ ହେଉଛନ୍ତି । ଫଳରେ ଚାଷୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଫସଲ ନଷ୍ଟ ହେଉଥିବା ବେଳେ ବନବିଭାଗ ହାତୀ ପଲକୁ ଘଉଡେଇବା ପାଇଁ ଚେଷ୍ଟା କରୁନଥିବା ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ । ସେମାନଙ୍କୁ କ୍ଷତିପୂରଣ ମଧ୍ୟ ଦିଆଯାଉନଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ