ପୁଣି ଏକ ହାତୀ ମୃତ, ଜଙ୍ଗଲ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ଜିଲ୍ଲାର ବିନିକା ବ୍ଲକ ମହଦା ଗାଁ ନିକଟ ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଆଜି ସକାଳୁ ସକାଳୁ ବିନିକା ବ୍ଲକ ମହଦା ନିକଟରେ ଥିବା ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହକୁ ଗ୍ରାମବାସୀ ଦେଖିବା ପରେ ଜଙ୍ଗଲ ବିଭାଗକୁ ଖବର ଦେଇଥିଲେ । ଜଙ୍ଗଲ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ହାତୀକୁ ଉଦ୍ଧାର କରିଥିଲେ ।

ବାରାହା ଶିକାର ପାଇଁ ବିଛାଯାଇଥିବା ତାରରେ ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ବିନିକା ରେଞ୍ଜର କହିଛନ୍ତି । ତେବେ ବାରମ୍ବାର ସୁବର୍ଣ୍ଣପୁର ଜିଲ୍ଲାରେ ହାତୀ ମୃତ୍ୟୁ ହେଉଥିବା ବେଳେ ବେଆଇନ ଭାବେ ଜନ୍ତୁ ଶିକାର ତଥା ଜଙ୍ଗଲ ମାଫିଆମାନଙ୍କ ପାଇଁ ନିରିହ ଜନ୍ତୁମାନଙ୍କର ପ୍ରାଣହାନୀ ହେଉଛି ବୋଲି ସାଧାରଣ ଲୋକ ପ୍ରକାଶ କରୁଥିବା ବେଳେ ଜଙ୍ଗଲ ବିଭାଗର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ