Masthead

ଡ୍ରେନରେ ଫସିଲା ହାତୀ ଛୁଆ, ଜଗି ରହିଲେ ହାତୀ ପଲ

ଓଡ଼ାପଡ଼ା (ବଡ଼ ଖବର ବ୍ୟୁରୋ) : ଡ୍ରେନରେ ଫସିଥିଲା ହାତୀ ଛୁଆ । ଛୁଆକୁ ଜଗିରହିଥିଲେ ହାତୀପଲ । ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ ଗୁଣଦେଇ ଛକ ନିକଟରେ ଏହି ଘଟଣା ଘଟିଛି । ୫୫ନମ୍ବର ଜାତୀୟ ରାଜପଥରୁ ଗୁଣଦେଈ ଗ୍ରାମକୁ ଯାଇଥିବା ରାସ୍ତା ପାର୍ଶ୍ଵରେ ଥିବା ଡ୍ରେନରେ ହାତୀ ଛୁଆଟି ପଡ଼ିଯାଇଥିଲା । ଏହି ଅଞ୍ଚଳରେ ହାତୀ ପଲ ଯାତାୟାତ କରୁଥିବା ବେଳେ ଏକ ଦେଢ଼ ବର୍ଷର ହାତୀ ଛୁଆ ଡ୍ରେନରେ ପଡ଼ିଯାଇଥିଲା । ତେବେ ମା’ ହାତୀ ସହ ପୂରା ହାତୀପଲ ଛୁଆକୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲା । ମାତ୍ର ବିଫଳ ହୋବାରୁ ତାକୁ ଜଗି ରହିଥିଲେ । ସକାଳେ ବନ ବିଭାଗ କର୍ମଚାରୀ ଗ୍ରାମବାସୀଙ୍କ ସହାୟତାରେ ଡ୍ରେନରେ ବାଲି ବସ୍ତା ପକାଇଥିଲେ । ଫଳରେ ହାତୀ ପଲ ଛୁଆ ହାତୀକୁ ଡ୍ରେନରୁ ଉଦ୍ଧାର କରି ସାଥୀରେ ନେଇଯାଇଥିବା ଦେଖିବାକୁ ମିଲାଥିଲା । ହାତୀ ଛୁଆଟି ସୁସ୍ଥ ଥିବାବେଳେ ହାତୀ ପଲଙ୍କ ପାଖକୁ ପଳାଇଥିବା ବନକର୍ମଚାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ