Masthead

ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ

ପୁରୀ (ବଡ଼ ଖବର ବ୍ୟୁରୋ):  ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ ଭିତରକୁ ଯିବେ । ରତ୍ନଭଣ୍ଡାର ସବ୍‌ କମିଟିର ଜଣେ, ହାଇଲେବୁଲ କମିଟିର ୨ ସଦସ୍ୟ ଯିବେ । ସେହିପରି ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ରଙ୍କ ସହ ଭଣ୍ଡାର ମେକାପ, ତଢ଼ାଉ କରଣ ଓ ଦେଉଳ କରଣ ଯିବେ ।

ସେପଟେ ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ରତ୍ନଭଣ୍ଡାରର ଗଣତି ହେବନି । ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା