Masthead

ସେଲ୍ଫି ନେବାବେଳେ ବଜ୍ରପାତରେ ଗଲା ୧୧ ଜଣଙ୍କ ଜୀବନ

(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬୮ ଜଣଙ୍କ ଜୀବନ ଯାଇଛି । ମୌସୁମୀ ବର୍ଷା ସାଙ୍ଗକୁ ପ୍ରବଳ ବଜ୍ରପାତ ହେବାରୁ ଉତ୍ତରପ୍ରଦେଶରେ ସର୍ବାଧିକ ୪୧ ଜଣ ପ୍ରାଣ ହରାଇଛନ୍ତି । ସେହିପରି ମଧ୍ୟପ୍ରଦେଶରେ ୭ ଏବଂ ରାଜସ୍ଥାନରେ ୭ ଶିଶୁଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ ଘଟିଛି । । ରବିବାର ରାଜସ୍ଥାନ ଜୟପୁର ସ୍ଥିତ ଅମେର ଫର୍ଟରେ ଜମିଥିଲା ପଟକଙ୍କ ଗହଳି । ଏତିକି ବେଳେ ପ୍ରକୃତି ସାଜିଲା କାଳ । ହଠାତ ବଜ୍ରପାତରେ ଟଳିପଡିଲେ ୧୧ ଜୀବନ ।

https://twitter.com/akshayhimself/status/1414519907488649222?s=20

ଆମେର ଦୁର୍ଗ ବୁଲିବାକୁ ଯାଇଥିବା ଅନେକ ପର୍ଯ୍ୟଟକ ସେଲଫି ନେବା ସମୟରେ ବିଜୁଳି ମାଡରେ ମୃତ୍ୟୁ ବରଣ କରିଛନ୍ତି । ସେହିପରି ଜୟପୁରର ଅନ୍ୟ ସ୍ଥାନରେ ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ ୨୩ ଜଣଙ୍କ ବଜ୍ରପାତରେ ମୃତ୍ୟୁବରଣ କରିଥିବାବେଳେ ୨୫ଜଣ ଆହତ ହୋଇଛନ୍ତି। ମୃତକଙ୍କ ଭିତରେ ଅନେକ ଚାଷୀ ରହିଛନ୍ତି ।

ଯେଉଁମାନେ ନିଜ ଜମିରେ ଚାଷ କାମ କରୁଥିଲେ । କେବଳ ସେତିକି ନୁହେଁ ୨୫୦ ଗୃହପାଳିତ ପଶୁ ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଜ୍ରପାତରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ସେପଟେ ବଜ୍ରାଘାତରେ ଝାଡ଼ଖଣ୍ଡରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତର ପ୍ରଦେଶ ଓ ରାଜସ୍ଥାନରେ ବଜ୍ରାଘାତରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫ ଲକ୍ଷର ଆର୍ଥିକ ସହାୟତା ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା