Masthead

ଆଜିଠୁ ଏକାଦଶ ଶ୍ରେଣୀ ପାଠପଢା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଏକାଦଶ ଶ୍ରେଣୀ ପାଠପଢା । ପୂଜା ଛୁଟି ପରେ ଆଜିଠୁ ଏକାଦଶ ଶ୍ରେଣୀ ପିଲାଙ୍କର ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ । ନାମଲେଖା ପ୍ରକ୍ରିୟା ପ୍ରାୟତଃ ଶେଷ ହୋଇଥିବାରୁ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ପାଦ ଥାପିବେ । ଏଥିପାଇଁ ରାଜ୍ୟର ସମସ୍ତ କଲେଜରେ ବ୍ୟାପକ ବ୍ୟବସ୍ଥା ହୋଇଛି ।

ବିଶେଷକରି କରୋନା ସଂକ୍ରମଣକୁ ନଜରରେ ରଖି କ୍ୟାମ୍ପସ ବିଶୋଧନ, ସାମାଜିକ ଦୂରତା ଉପରେ ପ୍ରାଥମିକତା ଦିଆଯାଇଛି । ପୂର୍ବାହ୍ନ ୧୦ଟାରୁ ସାଢ଼େ ଗୋଟାଏ ଯାଏ ଏକାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଅନୁଷ୍ଠିତ ହେବାକୁ ଥିବାରୁ ଅଧିକାଂଶ କ୍ୟାମ୍ପସରେ ବିଶୋଧନ ହୋଇଛି । କଲେଜ ଖୋଲିବା ପୂର୍ବରୁ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ଗତ ସପ୍ତାହରେ ୪୦୦ରୁ ଅଧିକ ଯୁକ୍ତ୨ କଲେଜ ଅଧ୍ୟକ୍ଷମାନଙ୍କ ସହ ମଧ୍ୟ ଆଲୋଚନା କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ।

ରାଜ୍ୟରେ କରୋନା ସଂକ୍ରମଣ ଏବେ ବି ଜାରି ରହିଥିବାରୁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀଙ୍କ କ୍ଲାସ କରାଯିବ । ଅଭିଭାବକଙ୍କ ଅନୁମତି ନେଇ ଛାତ୍ରଛାତ୍ରୀମାନେ କ୍ଲାସରେ ଅଂଶଗ୍ରହଣ କରିପାରିବେ । ଏହାସହ ଯେଉଁ ଅଞ୍ଚଳରେ କଣ୍ଟେଣ୍ଟମେଣ୍ଟ ହୋଇଛି ସେଠାରେ ସ୍କୁଲ ଖୋଲିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି