Masthead

ବିମାନର ଜରୁରୀ ଅବତରଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିମାନ ଯାତ୍ରା ସମୟରେ ମଝି ଆକାଶରେ ବିଗିଡିଲା ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା । ମେଡିକାଲ ଏମର୍ଜେନ୍ସି ପାଇଁ ଭୋପାଳରେ ଅବତରଣ କଲା ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନ । ଗତକାଲି କେରଳର କୋଚିରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ୬ଇ ୨୪୦୭ ବିମାନ ଭୋପାଳ ବିମାନ ବନ୍ଦରରେ ଅବତରଣ କରିଛି । ଏନେଇ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ବିବୃତ୍ତି ଜାରି କରି ସୂଚନା ଦିଆଯାଇଛି । ସୂଚନାଅନୁଯାୟୀ ଭୋପାଳରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନକୁ ମେଡିକାଲ ଏମରଜେନ୍ସି କାରଣରୁ ଭୋପାଳ ଡାଇଭର୍ଟ କରିବାକୁ ପଡିଛି ।ଫ୍ଲାଇଟରେ ଜଣେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାରୁ ବିମାନର ଜରୁରୀ ଅବତରଣ କରାଯାଇଛି । ଲ୍ୟାଣ୍ଡିଂ ପରେ ଯାତ୍ରୀ ଜଣଙ୍କୁ ତୁରନ୍ତ ସୁରକ୍ଷିତ ଭାବେ ଓହ୍ଲାଇ ଦିଆଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ