Masthead

୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ବଣାଇ ଉପଖଣ୍ଡ ପୁଲିସକୁ ବଡ଼ ସଫଳତା । ୫ଟି ବଡ଼ ଡକାୟତି ଘଟଣାରେ ସମ୍ପୃକ୍ତ ୩ ଅପରାଧିଙ୍କୁ ଏନକାଉଣ୍ଟର । ସମସ୍ତ ଅପରାଧୀଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅପରାଧିଙ୍କୁ ଧରିବାକୁ ଯାଇଥିବା ବେଳେ ପୁଲିସ୍ ଏନକାଉଣ୍ଟରରେ ୩ ଅପରାଧୀ ଆହତ ହୋଇଛନ୍ତି । ଚାନ୍ଦିପୋଷ କୁଚେଇତାରେ ୨ଜଣ ଓ ଲହୁଣୀପଡା ଲମ୍‌ସିରେ ଜଣକୁ ଏନକାଉଣ୍ଟର କରିଛି ପୁଲିସ୍ । ଦୀର୍ଘ ଦିନ ହେଲା ବଣାଇ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଧରିବାରେ ସଫଳ ହୋଇଛି ବଣାଇ ପୋଲିସ।

ଡକାୟତ ପାଇଁ ଯୋଜନା କରୁଥିବା ବେଳେ ବଣାଇ ଏସଡିପିଓ ଖବର ପାଇ ଟିମ ଗଠନ କରି ଜାତୀୟ ରାଜପଥରେ ଜଗି ରହିଥିଲେ। ଅପରାଧୀମାନେ ବାଇକରେ ଆସୁଥିବା ବେଳେ ପୃଥକ ପୃଥକ ସ୍ଥାନରେ ଏନକାଉଣ୍ଟର ହୋଇଛି। ଘଟଣାସ୍ଥଳରୁ ୩ଟି ପିସ୍ତଲ, କାର, ଦୁଇଟି ବାଇକ ଜବତ ହୋଇଛି। ଏମାନେ ବାଙ୍କୋ, ବରସୁଆଁ, ଲଙ୍ଗଳକଟା ଅଂଚଳରେ ଆତଙ୍କ ଚଳାଇଥିଲେ । ଗତ ୨୦ ତାରିଖ ରାତିରେ କୋଇଡା ଅଞ୍ଚଳର ଏକ ପରିବହନ କାର୍ୟ୍ୟାଳୟରୁ ହୋଇଥିବା ୩ ଲକ୍ଷ ଟଙ୍କା ଡକାୟତରେ ଏମାନେ ସାମିଲ ଥିଲେ। ଡକାୟତି ଗ୍ୟାଙ୍ଗର ଅନ୍ୟ ୫ ଜଣଙ୍କୁ ଗିରଫ କରିଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି