Masthead

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଗଲେ କୁଆଡେ?

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡିକୁ ଜାନୁଆରୀ ୩୧ରେ ପଚରାଉଚରା ପାଇଁ ସମୟ ଦେଇଛନ୍ତି। ତାଙ୍କର ଉପଲବ୍ଧତା ବିଷୟରେ ସୂଚନା ଦେଇ ଆଜି ଇଡିକୁ ଏକ ମେଲ ପଠାଯାଇଥିବା ପାର୍ଟି ସୂତ୍ରରୁ ଏହି ସୂଚନା ମିଳିଛି। ଜାନୁଆରୀ ୨୭ରେ ଇଡି ଏହି ମାମଲାରେ ପଚରାଉଚରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଜାନୁଆରୀ ୨୯ କିମ୍ବା ୩୧ ତାରିଖ ମାଗିଥିଲେ। ହେଲେ ହେମନ୍ତ ସୋରେନଙ୍କ ପତା ପାଉନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ସୋମବାର ଦିଲ୍ଲୀ ସ୍ଥିତ ହେମନ୍ତ ସୋରେନଙ୍କ ବାସଭବନକୁ ଯାଇଥିଲେ ଇଡି ଅଧିକାରୀ । ହେଲେ ତାଙ୍କୁ ନପାଇ ନିରାଶ ହୋଇ ଫେରିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବିଏମଡବ୍ଲୁ କାରକୁ ଜବତ କରି ସାଙ୍ଗରେ ନେଇଛନ୍ତି । ଏହାପରେ ଇଡିର ଆଉ ଏକ ଟିମ ରାଞ୍ଚି ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ଇଡି ପକ୍ଷରୁ ହେମନ୍ତ ସୋରେନ ନିଖୋଜ ଥିବା କହିବା ସହ ଏୟାରପୋର୍ଟକୁ ଅଲର୍ଟ କରାଯାଇଛି । ଇଡି ଚଢାଉକୁ ନେଇ ଉତ୍ତେଜନା ବଢୁଥିବାରୁ ଝାଡଖଣ୍ଡ ରାଜଭବନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର