Masthead

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଗଲେ କୁଆଡେ?

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡିକୁ ଜାନୁଆରୀ ୩୧ରେ ପଚରାଉଚରା ପାଇଁ ସମୟ ଦେଇଛନ୍ତି। ତାଙ୍କର ଉପଲବ୍ଧତା ବିଷୟରେ ସୂଚନା ଦେଇ ଆଜି ଇଡିକୁ ଏକ ମେଲ ପଠାଯାଇଥିବା ପାର୍ଟି ସୂତ୍ରରୁ ଏହି ସୂଚନା ମିଳିଛି। ଜାନୁଆରୀ ୨୭ରେ ଇଡି ଏହି ମାମଲାରେ ପଚରାଉଚରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଜାନୁଆରୀ ୨୯ କିମ୍ବା ୩୧ ତାରିଖ ମାଗିଥିଲେ। ହେଲେ ହେମନ୍ତ ସୋରେନଙ୍କ ପତା ପାଉନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ସୋମବାର ଦିଲ୍ଲୀ ସ୍ଥିତ ହେମନ୍ତ ସୋରେନଙ୍କ ବାସଭବନକୁ ଯାଇଥିଲେ ଇଡି ଅଧିକାରୀ । ହେଲେ ତାଙ୍କୁ ନପାଇ ନିରାଶ ହୋଇ ଫେରିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବିଏମଡବ୍ଲୁ କାରକୁ ଜବତ କରି ସାଙ୍ଗରେ ନେଇଛନ୍ତି । ଏହାପରେ ଇଡିର ଆଉ ଏକ ଟିମ ରାଞ୍ଚି ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ଇଡି ପକ୍ଷରୁ ହେମନ୍ତ ସୋରେନ ନିଖୋଜ ଥିବା କହିବା ସହ ଏୟାରପୋର୍ଟକୁ ଅଲର୍ଟ କରାଯାଇଛି । ଇଡି ଚଢାଉକୁ ନେଇ ଉତ୍ତେଜନା ବଢୁଥିବାରୁ ଝାଡଖଣ୍ଡ ରାଜଭବନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା